ଓଡ଼ିଶାଲାଇଭ୍ ବ୍ୟୁରୋ

ବ୍ରଜରାଜନଗରଠାରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ବ୍ରଜରାଜନଗରଠାରେ ବିଧାନସଭାର ପୂର୍ବତନ ବାଚସ୍ପତି ସ୍ଵର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କିଶୋର ବାବୁଙ୍କ ସରଳତା ତାଙ୍କର ବଡ଼ ପରିଚୟ ଥିଲା। ଦଳମତ ନିର୍ବିଶେଷରେ ସେ ସମସ୍ତଙ୍କର ପ୍ରିୟପାତ୍ର ହୋଇପାରିଥିଲେ। ତୃଣମୂଳ ସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ସାଂସଦ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଏବଂ ରାଜ୍ୟ ବିଧାନସଭାର ବାଚସ୍ପତି ହୋଇଥିଲେ। ବିଜୁ ଜନତା ଦଳ (ବିଜେଡି)ର ସେ ଜଣେ ଦକ୍ଷ ସଂଗଠକ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ସ୍ଵାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଯୋଗ ଦେଇ ସ୍ଵର୍ଗତ କିଶୋର ମହାନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ଅନେକ ଉନ୍ନୟନମୂଳକ କାମ କରିଯାଇଥିବା କହିଥିଲେ।

ବ୍ରଜରାଜନଗରଠାରେ ଆଜି ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଥିବାରୁ ସ୍ଵର୍ଗତ ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ।

Tags: #KishorMohanty #FormerSpeaker #BrajarajNagar #CMOdisha #NaveenPatnaik #StatueOfLateKishorMohanty

LEAVE A REPLY

Please enter your comment!
Please enter your name here