ଓଡ଼ିଶାଲାଇଭ୍ ବ୍ୟୁରୋ

ସଡ଼କ ଦୁର୍ଘଟଣାରେ କ୍ରିକେଟର ଋଷଭ୍ ପନ୍ତ ଗୁରୁତର ହୋଇଛନ୍ତି। ଡିଭାଇଡରରେ ପିଟି ହୋଇ ତାଙ୍କ କାର୍ ସମ୍ପୂର୍ଣ୍ଣ ଜଳିଯାଇଛି। ଦୁର୍ଘଟଣା ପରେ ଗୁରୁତର ଅବସ୍ଥାରେ ପନ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦିଲ୍ଲୀରୁ ରୁର୍କୀ କାର୍‌ରେ ଫେରିଲା ବେଳେ ସେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଡିଭାଇଡରରେ ପିଟି ହୋଇ କାରଟି ସମ୍ପୂର୍ଣ୍ଣ ଜଳିଯାଇଛି।

ଦିଲ୍ଲୀରୁ ଉତ୍ତରାଖଣ୍ଡ ଯାଉଥିବା ବେଳେ କୁହୁଡି କାରଣରୁ ପନ୍ତଙ୍କ ମର୍ସିଡିଜ୍‌ କାର ଗୋଟିଏ ଡିଭାଇଡର୍‌ରେ ପିଟି ହୋଇଯାଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାର୍‌ଟି ସଂପୂର୍ଣ୍ଣ ଭାବେ ଜଳି ଯାଇଛି। ପନ୍ତ ଗୁରୁତର ଅବସ୍ଥାରେ କାର ଭିତରୁ ବାହାରକୁ ଆସିଥିଲେ। ତାଙ୍କ ମୁଣ୍ଡ, ପିଟି, ଗୋଡ଼ ଓ ହାତରେ ଗଭୀର ଆଘାତ ଲାଗିଛି। ଏବେ ସେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ ଋଷଭଙ୍କ କାର ରେଲିଂକୁ ଧକ୍କା ଦେଇଥିଲା, ଏହାପରେ କାରଟି ଜଳିବାକୁ ଲାଗିଥିଲା। ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ସହାୟତା ପାଇଁ ଫୋନ କରିଥିଲେ, ଏହାପରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା। ଏହାପରେ ଗୁରୁତର ଆହତ ଋଷଭ ପନ୍ତଙ୍କୁ ଦିଲ୍ଲୀ ରୋଡ୍‌ ସାକଶମ୍  ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସାପରେ ଋଷଭଙ୍କୁ ଡେରାଡୁନର ମ୍ୟାକ୍ସ ହସ୍ପିଟାଲକୁ ଅଣାଯାଉଛି।

ଉତ୍ତରାଖଣ୍ଡ ପୁଲିସ ଡିଜି ଅଶୋକ କୁମାର ଦୁର୍ଘଟଣା ଖବରକୁ ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ଯେ, “ପନ୍ତ ଏକାକୀ ଗାଡ଼ି ଭିତରେ ଥିଲେ। ଦୁର୍ଘଟଣା ପରେ ଗାଡ଼ିରେ ନିଆଁ ଲାଗି ଯିବାରୁ ପନ୍ତ ୱିଣ୍ଡସ୍କ୍ରିନ ଭାଙ୍ଗି ଠିକଣା ସମୟରେ ବାହାରକୁ ଚାଲି ଆସିଥିଲେ। ଗାଡ଼ିର ବେଗ ଅଧିକ ଥିବାରୁ ଦୁର୍ଘଟଣା ପରେ ଏଥିରେ ନିଆଁ ଲାଗି ଯାଇଥିଲା। ତେବେ ସୌଭାଗ୍ୟବଶତଃ ପନ୍ତ ଗାଡ଼ି ବାହାରକୁ ଚାଲି ଆସିଥିଲେ। ତେଣୁ ତାଙ୍କ ଜୀବନ ଅଳ୍ପକେ ରକ୍ଷା ପାଇଯାଇଛି।କିନ୍ତୁ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ମୁଣ୍ଡ, ଆଣ୍ଠୁ ଓ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି। ସମ୍ଭବତଃ ତାଙ୍କ ଗୋଡ଼ ମଧ୍ୟ ଭାଙ୍ଗି ଯାଇଛି।”

Tags: #Cricketer #RishabhPant #RoadAccident #Hospitalised #Injuries #Haridwar #Delhi #Uttarakhand

LEAVE A REPLY

Please enter your comment!
Please enter your name here