ଓଡ଼ିଶାଲାଇଭ୍ ବ୍ୟୁରୋ

ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ନିକଟ କାନକଟା ଘାଟିରେ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିବାରୁ ଦୁଇଜଣ ମହିଳାଙ୍କର ମୃତ୍ୟୁ ହୋଇଛି। ଶୁକ୍ରବାର ଦିନ ହୋଇଥିବା ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକମାନଙ୍କ ମଧ୍ୟରେ ଜଣେ ରାହାମା ବ୍ଲକର ଏବଂ ଅନ୍ୟ ଜଣେ ପାତ୍ରପୁର ପଞ୍ଚାୟତର ରହିଛନ୍ତି।

ଆଜି ଗଜପତି ଜିଲ୍ଲା ରାୟଗଡ଼ରୁ ଯାତ୍ରୀଙ୍କୁ ଧରି ଗୋଟିଏ ବସ ଫେରୁଥିବାବେଳେ ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ନିକଟ କାନକଟା ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ମୃତ ଏବଂ ଆହତମାନଙ୍କୁ ଉଦ୍ଧାର କରିଥିଲେ। ଘଟଣାସ୍ଥଳରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

Tags: #Ganjam #BusAccident #Jagapati #TwoDead

Comment