ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ସମ୍ଭବ ମିଶ୍ରଙ୍କୁ ଚଳିତ ବର୍ଷ ଲାଗି ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରାଯାଇଛି। କଳା ଏବଂ ସଂସ୍କୃତିରେ ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରାଳୟ ପକ୍ଷରୁ ସମ୍ଭବଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରାପ୍ତ ହୋଇଛି। ସୋମବାର ଦିନ ଦିଲ୍ଲୀଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସମ୍ଭବଙ୍କୁ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ଭବ ମିଶ୍ର ଅନେକ ପ୍ରବନ୍ଧ ଏବଂ ପୁସ୍ତକ ଲେଖି ପାଠକଙ୍କ ମହଲରେ ଉଚ୍ଚ ପ୍ରଶଂସିତ ହୋଇଛନ୍ତି।

ସାହିତ୍ୟ କୃତୀରେ ଉଲ୍ଲେଖନୀୟ ସଫଳତା ପାଇଁ ତାଙ୍କୁ ସମ୍ମାନାଜନକ ‘ଫେଲୋସିପ ଅଫ ଦି ରୟାଲ ଏସିଏଷ୍ଟିକ୍ ସୋସାଇଟି, ଲଣ୍ଡନ’ ମିଳିଛି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ରାଷ୍ଟ୍ରୀୟ ବାଲ ପୁରସ୍କାର ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୧ ଜଣଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିଛନ୍ତି।

Tags: #PradhanMantriRastriyaBalPuraskar #PresidentOfIndia #SambhabMishra

Comment