ଓଡ଼ିଶାଲାଇଭ୍ ବ୍ୟୁରୋ

କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବସନ୍ତପୁର ନିକଟରେ ଅଟୋ-ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା ହେବା ଫଳରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।

ଶନିବାର ସକାଳୁ ଗୋଟିଏ ଅଟୋ ଯାତ୍ରୀଙ୍କୁ ଧରି କେନ୍ଦୁଝର ଅଭିମୁଖେ ଯାଉଥିବାବେଳେ ବସନ୍ତପୁର ନିକଟରେ ଏକ ପିକଅପ ଭ୍ୟାନ ଅଟୋକୁ ସମ୍ମୁଖରୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ୪ ଜଣ ଚିକିତ୍ସାଧୀନ ରହିଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ନରଣପୁର-ଡୁବୁରି ରାସ୍ତା ଅବରୋଧ କରି କ୍ଷତିପୂରଣ ଦାବି କରିଛନ୍ତି।

Tags: #RoadAccident #Death #Keunjhar #AutoVan

Comment