ଓଡ଼ିଶାଲାଇଭ୍ ବ୍ୟୁରୋ

ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ। ଦୁଇଟି ପର୍ଯ୍ୟାୟରେ ବଜେଟ୍ ଅଧିବେଶନ ଚାଲିବ। ଫେବ୍ରୁଆରି ୨୪ ତାରିଖରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ।

ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ବଜେଟ୍ ଅଧିବେଶନ ଆସନ୍ତା ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଫେବ୍ରୁଆରି ୨୧ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଏବଂ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଚାଲିବ।

୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେବ ଶେଷ ପୂର୍ଣ୍ଣାଙ୍ଗ ବଜେଟ୍। ଏହି ବଜେଟ୍ ଅଧିବେଶନରେ ରହିବ ମୋଟ ୨୮ଟି କାର୍ଯ୍ୟ ଦିବସ।

Tags: #OdishaAssembly #AssemblyBudgetSession #Budget

LEAVE A REPLY

Please enter your comment!
Please enter your name here