ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ପୂର୍ବରୁ ଫେବ୍ରୁଆରି ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବଜେଟ ଅଧିବେଶନକୁ ସୁଚାରରୂପେ ଚଳାଇବା ପାଇଁ ଏହି ବୈଠକରେ ଆଲୋଚନା କରାଯିବ।

ସର୍ବଦଳୀୟ ବୈଠକରେ ଚଳିତବର୍ଷ ଦୁଇଟି ପର୍ଯ୍ୟାୟରେ ହେବାକୁଥିବା ବଜେଟ ଅଧିବେଶନ ପାଇଁ କାର୍ଯ୍ୟସୂଚୀ ସ୍ଥିର କରାଯିବ। ଫେବ୍ରୁଆରି ୨୦ ତାରିଖ ଦିନ ୧୧ ଟା ୩୦ ସମୟରେ ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଏହି ବୈଠକ ବସିବ।

ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରି ୨୧ ତାରିଖରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ।

ସେହିପରି ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ। ଫେବ୍ରୁଆରି ୨୪ ତାରିଖ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ।

Tags: #OdishaAssembly #AllPartyMeeting #BudgetSession #Financialyear2023-24 #Odisha

 

Comment