ଓଡ଼ିଶାଲାଇଭ୍ ବ୍ୟୁରୋ

ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ଅନ୍ତର୍ଗତ ମାଣ୍ଡିଆପଲ୍ଲୀଠାରେ ମଙ୍ଗଳବାର ରାତିରେ ଏକ ବିବାହ ଉତ୍ସବ ଚାଲିଥିବାବେଳେ ଦ୍ରୁତଗତିରେ ଆସୁଥିବା ଏକ ସ୍କର୍ପିଓ ଲୋକଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକମାନେ ହେଲେ ଲାଞ୍ଜିପଲ୍ଲୀ ଅଞ୍ଚଳର ସ୍ୱପ୍ନା ରେଡ୍ଡୀ, ସଞ୍ଜୁ ରେଡ୍ଡୀ ଓ ଭାରତୀ ରେଡ୍ଡୀ।

ଏହି ଅଘଣକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ଗଭୀର ଶୋକ ବ୍ୟକ୍ତ କରିବା ସହ ମୃତକଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଏହି ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

Tags: #Ganjam #MandiapalliDeathTragedy #CMNaveenPatnaik #ExgratiaAmount

Comment