ଓଡ଼ିଶାଲାଇଭ୍‌ ବ୍ୟୁରୋ

୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ବଜେଟ୍‌ ଆଗତ କରିଛନ୍ତି। ବିଧାନସଭାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏଥର ବଜେଟର ପରିମାଣ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ରହିଛି। ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଭିତ୍ତିଭୂମି ବିକାଶ ଏବଂ ରୋଜଗାର ଉପରେ ଗୁରୁତ୍ୱ ଦିଆଯିବା ସହ କେତେକ ନୂଆ ଯୋଜନା ପାଇଁ ଅର୍ଥ ବ୍ୟୟବରାଦ କରାଯାଇଛି।

  • ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପାଇଁ ୧୩୯ କୋଟି
  • ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି
  • ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି
  • ‘ଆମ ହସ୍ପିଟାଲ’ ପାଇଁ ୭୫୦ କୋଟି ଟଙ୍କାର ବ୍ୟୟବରାଦ
  • ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ପାଇଁ ୮୧୧ କୋଟି
  • ‘ଆମ ବସ ଷ୍ଟାଣ୍ଡ’ ପାଇଁ ୧୫୦ କୋଟିର ବ୍ୟବସ୍ଥା
  • ମହିଳା ଏସଏଚଜି ଉଦ୍ୟୋଗୀଙ୍କ ପାଇଁ ୧୦୦ କୋଟି
  • ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ପାଇଁ ୨୧୦ କୋଟି
  • ବନ ସୁରକ୍ଷା ସମିତି ପାଇଁ ୨୫୦ କୋଟି ବ୍ୟୟବରାଦ
  • ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୦ କୋଟି ଟଙ୍କା

Tags: #Budget2023-24 #OdishaBudget #OdishaAssembly #BudgetSession #Financeminister #NiranjanPujari #Odisha

Comment