ଓଡ଼ିଶାଲାଇଭ୍ ବ୍ୟୁରୋ

ସକ୍ରିୟ ରହିଥିବା ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଏବଂ ଭଦ୍ରକ।

ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଗୁରୁବାର ଦିନ କେନ୍ଦୁଝର ଏବଂ ମୟୂରଭଞ୍ଜରେ ବର୍ଷା ହୋଇଛି। କେନ୍ଦୁଝର ଜିଲ୍ଲାର ଚମ୍ପୁଆରେ ୩.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ମୟୂରଭଞ୍ଜ ଜିଲ୍ଲାର ବହଳଦାରେ ୨.୬ ମିଲିମିଟର ଏବଂ ଜାମଡ଼ାରେ ୨.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ଆସନ୍ତା ପାଞ୍ଚ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୧୨ ତାରିଖରେ କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦାପଡ଼ା, ଭଦ୍ରକ, କେନ୍ଦୁଝର, ବାଲେଶ୍ଵର ଏବଂ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିବାଗ ବିଭାଗ ପକ୍ଷରୁ କୁହାଯାଇଛି।

Tags: #Weather #Rainfall #WeatherUpdates #MeteorologicalCentre

LEAVE A REPLY

Please enter your comment!
Please enter your name here