ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ସକ୍ରିୟ ରହିଥିବା ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ହେବାର ସମ୍ଭାବନା ଅଧିକ ରହିଥିବା ନେଇ ୮ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେଉଁଝର, ବାଲେଶ୍ଵର, ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ହେବାର ବିଶେଷ ସମ୍ଭାବନା ରହିଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, ସୁନ୍ଦରଗଡ଼, ମୟୂରଭଞ୍ଜ, କେଉଁଝର ଓ ବାଲେଶ୍ଵର ଜିଲ୍ଲାର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ଵଳ୍ପ ପରିମାଣରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ସୋନପୁର, ମୟୂରଭଞ୍ଜ, ବରଗଡ଼, ବଲାଙ୍ଗିର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବା ପାଣିପାଗ ବିଭାଗ ରେକର୍ଡ କରିଛି।

Tags: #Weather #Rainfall #WeatherUpdates #MeteorologicalCentre #Odisha

Comment