ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତାକାଲିଠାରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି କହିଛି ପାଣିପାଗ କେନ୍ଦ୍ର। ରାଜ୍ୟର ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ମାର୍ଚ୍ଚ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ଝଡ଼ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଘଣ୍ଟାକୁ ୪୦ରୁ ୫୦ କିଲୋମିଟର ପବନ ବହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ପଶ୍ଚିମା ଝଡ଼ ସହ ଜଡ଼ିତ ବାୟୁମଣ୍ଡଳ ମଧ୍ୟ ଭାଗରେ ଥିବା ଟ୍ରଫ ଲାଇନ୍ ସହ ବଙ୍ଗୋପସାଗର ଅଞ୍ଚଳରୁ ବାୟୁମଣ୍ଡଳର ନିମ୍ନ ଭାଗରେ ଜଳୀୟବାଷ୍ପପୂର୍ଣ୍ଣ ପୂର୍ବାଳୀ ବାୟୁ ସଂସ୍ପର୍ଶରେ ପାରସ୍ପରିକ କ୍ରିୟା ଯୋଗୁଁ ୧୬ ଏବଂ ୧୭ ତାରିଖରେ ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି।

ଝଡ଼ ପବନ ପାଇଁ ୧୩ଟି ଜିଲ୍ଲାକୁ ସତର୍କ କରାଯାଇଛି। ଏହା ସହ ରାଜ୍ୟର ସମସ୍ତ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ମଧ୍ୟ କେନ୍ଦ୍ର ପକ୍ଷରୁ ଚେତବନୀ ଜାରି କରାଯାଛି।

Tags: #Weather #WeatherUpdates #Rainfall #HeavyRainfall #RainfallWarning

LEAVE A REPLY

Please enter your comment!
Please enter your name here