ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଦେଖା ଦେବ। ପଶ୍ଚିମା ଝଡ଼ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଝଡ଼ ପବନ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପ୍ରତି  ୩୦ରୁ ୪୦ କିଲୋମିଟର ବହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୭ ତାରିଖରୁ ବର୍ଷାର ପରିମାର ବଢ଼ିବ। ରାଜ୍ୟର ୧୧ଟି ଉପକୂଳ ଜିଲ୍ଲା ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଝଡ଼ ପବନ, ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdates #Rainfall #HeavyRainfall

Comment