ଓଡ଼ିଶାଲାଇଭ୍ ବ୍ୟୁରୋ

କଟକ-ଅନୁଗୁଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚଠି ଲେଖିଛନ୍ତି। ୫ ବର୍ଷ ବିତିଯାଇଥିଲେ ମଧ୍ୟ ରାସ୍ତା ନିର୍ମାଣ କାମ ସରିପାରୁ ନାହିଁ। ତୁରନ୍ତ ରାସ୍ତା ନିର୍ମାଣ କାମ ଶେଷ କରିବାକୁ ମୁଖମନ୍ତ୍ରୀ କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

କଟକ-ଅନୁଗୁଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ନିର୍ମାଣ କାମ ଜାତୀୟ ରାଜପଥ ପ୍ରାଧିକରଣ କରୁଛି। ୨୦୧୭ ମସିହାରୁ ଆରମ୍ଭ ହୋଇଥିବା କାମ ଆଜି ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇପାରୁନି। ପଶ୍ଚିମ ଓଡ଼ିଶାର ଜୀବନ ରେଖା କୁହାଯାଉଥିବା ୫୫ ନମ୍ବର ଜାତୀୟ ରାଜପଥ ଉପରେ ଲକ୍ଷ ଲକ୍ଷ ଲୋକ ନିର୍ଭର କରିଥାନ୍ତି।

ବର୍ତ୍ତମାନ ସୁଦ୍ଧା ରାସ୍ତା ନିର୍ମାଣ କାମ ଶେଷ ହୋଇପାରୁ ନଥିବାରୁ ଦୁଇ ବର୍ଷ ମଧ୍ୟରେ ୩୯୯ଟି ଦୁର୍ଘଟଣା ହୋଇଥିବା ବେଳେ ୧୯୬ ଜଣଙ୍କର ମୃତ୍ୟୁ ହୋଇଛି। ତେଣୁ ରାସ୍ତା ନିର୍ମାଣ ପାଇଁ ରାଜ୍ୟ ସରକାର ହସ୍ତକ୍ଷେପ କରି କେନ୍ଦ୍ରକୁ ଚିଠି ଲେଖିଛନ୍ତି।

Tags: #Politics #CMOdisha #NaveenPatnaik #NitinGadkari

Comment