ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଆସନ୍ତା ଏପ୍ରିଲ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ି ପବନ, ବିଜୁଳି ଘଡ଼ ସହ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୩୧ ତାରିଖଠାରୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ମଙ୍ଗଳବାର ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ମାର୍ଚ୍ଚ ୨୯ ତାରିଖରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୩୦ ତାରିଖ ଝଡ଼ି ପବନ, ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏହି ସମ଼ୟ ମଧ୍ୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋ ମିଟର ରହିବ ବୋଲି ଆକଳନ କରାଯାଇଛି।

ମାର୍ଚ୍ଚ ୩୧ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଝଡ଼ି ପବନ ସହ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଏହି ସମୟ ମଧ୍ୟରେ ପବନର ବେଗ ୪୦ରୁ ୫୦ କିଲୋମିଟର ରହିବାର ସମ୍ଭାବନା ରହିଛି। ଏହା ସହ ୭ରୁ ୧୧ ସେମି ବର୍ଷା ହେବା ନେଇ ଅନୁମାନ ଆକଳନ କରାଯାଇଛି।

ମାର୍ଚ୍ଚ ୨୯ ତାରିଖରୁ ଆଉ ଏକ ପଶ୍ଚିମା ଝଡ଼ ପ୍ରଭାବ ଦେଖିବାକୁ ମିଳିବ। ନୂଆ ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ଏପ୍ରିଲ ୧ ତାରିଖରେ ଝଡ଼ ପବନ, ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଝଡ଼ ପବନ, ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଆଗାମୀ ୫ ଦିନ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ଵର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୩୦ ତାରିଖ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଖୋର୍ଦ୍ଧା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩୧ ତାରିଖ ନବରଙ୍ଗପୁର, କଳାହାଣ୍ଡି, ନୂଆପନା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଞ୍ଜ, ବାଲେଶ୍ଵର ଏବ ଭଦ୍ରକକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ଏପ୍ରିଲ ୧ ତାରିଖରେ ରାଜ୍ୟରେ ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଗଜପତି, ଗଞ୍ଜାମ, ନୟାଗନ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଝଡ଼ି ପବନ, ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହା ବ୍ୟତୀତ ଅନ୍ୟ ଜିଲ୍ଲାଗୁଡ଼ିକରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdates #Rainfall #HeavyRainfall #YellowWarning #Odisha

Comment