ଓଡ଼ିଶାଲାଇଭ୍ ବ୍ୟୁରୋ

ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ। ଆସନ୍ତା ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ। ଏ ନେଇ ବୁଧବାର ଦିନ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଲୋହାନୀ। ଆସନ୍ତା ଏପ୍ରିଲ ୨୧ ତାରିଖରେ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବ।

ଆସନ୍ତା ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ବିଧାନସଭା ଉପନିର୍ବାନ ଲାଗି ମତଦାନ। ଏପ୍ରିଲ ୧୩ ତାରିଖରେ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବ। ଏପ୍ରିଲ ୨୦ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଏପ୍ରିଲ ୨୦ ତାରିଖ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ଏପ୍ରିଲ ୨୪ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି। ଆସନ୍ତା ମେ’ ୧୦ ତାରିଖରେ ନିର୍ବାଚନ ହେବାକୁ ଥିବାବେଳେ ମେ’ ୧୩ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ।

ନବ କିଶୋର ଦାସଙ୍କ ହତ୍ୟା ପରଠାରୁ ଖାଲିପଡ଼ିଥିଲା ଝାରସୁଗୁଡ଼ା ବିଧାନସଭା ଆସନ। ଏହି ଆସନ ଲାଗି ଉପନିର୍ବାଚନ ହେବାକୁ ଆଜି ଘୋଷଣା କରାଯିବା ପରେ ପ୍ରାର୍ଥୀ ଖୋଜିବାକୁ ଏବେ ଲାଗି ପଡ଼ିବେ ସବୁ ଦଳ। ତେବେ ଏହି ଆସନ ଲାଗି ବିଜେଡି ପକ୍ଷରୁ ଦିବଙ୍ଗତ ନେତା ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ହେଉଛି।

ଗତ ଜାନୁଆରି ୨୯ ତାରିଖ ଦିନ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବାବେଳେ ବ୍ରଜରାଜନଗର ଗାନ୍ଧୀ ଛକଠାରେ ଗୁଳିମାଡ଼ର ଶିକାର ହୋଇଥିଲେ ମନ୍ତ୍ରୀ ନବ କିଶୋର ଦାସ। ପରେ ତାଙ୍କର ମୃତ୍ୟୁ ହୋଇଥିଲା। ନବ ଦାସଙ୍କୁ ହତ୍ୟା କରିବା ଅଭିଯୋଗରେ ଗାନ୍ଧୀ ଛକ ଫାଣ୍ଡି ଏଏସଆଇ ଗୋପାଳ ଦାସ ଗିରଫ ହୋଇ ବର୍ତ୍ତମାନ ବିଚାର ବିଭାଗୀୟ ହାଜତରେ ରହିଛି।

Tags: #Politics #OdishaPolitics #Election #ByElection #JharsugudaAssembleElection #NabaKishorDas

LEAVE A REPLY

Please enter your comment!
Please enter your name here