ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଏବେ ଜାରି ରହିଛି ପଶ୍ଚିମା ଝଡ଼ର ପ୍ରଭାବ। ଏହା ଦ୍ଵାରା ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେଉଛି। ଶୁକ୍ରବାର ମଧ୍ୟ ଓଡ଼ିଶାର ଉତ୍ତର ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବର ସମ୍ଭାବନା ରହିଛି। ଏଥିଲାଗି ୧୨ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ ରହିଛନ୍ତି। ଏହି ଜିଲ୍ଲାଗୁଡ଼ିକରେ ଶୁକ୍ରବାର ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା କିଛି ସ୍ଥାନରେ ୫୦ କିଲୋମିଟରରୁ ଅଧିକ ବେଗରେ ପବନ ବହିବା ସହ କୂଆପଥର ପଡ଼ିବାର ସମ୍ଭାବନା ରହିଛି।

ଅନ୍ୟପଟେ ଓଡ଼ିଶାର ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ହେବ। ଶୁକ୍ରବାର ପଶ୍ଚିମା ଝଡ଼ର ପ୍ରଭାବ ଓଡ଼ିଶାର ଉତ୍ତର ଓ ଉପକୂଳବର୍ତ୍ତୀ ଅଞ୍ଚଳରେ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Tags: #Rain #WesternDisturbance #ThunderStorm #OrangeWarning #Meterologicalcentre

Comment