ଓଡ଼ିଶାଲାଇଭ୍ ବ୍ୟୁରୋ

ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଲାଙ୍ଗୁଡ଼ି ଅଞ୍ଚଳରେ ମଙ୍ଗଳବାର ଦିନ ବଡ଼ ଅଘଟଣ ଘଟିଛି। ନାଳିଆ ନଦୀରେ ବୁଡ଼ି ଯିବାରୁ ୩ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଲାଙ୍ଗୁଡ଼ି ଅଞ୍ଚଳ ନିକଟ ନାଳିଆ ନଦୀକୁ ଆଜି ଚାରି ଜଣ ସାଙ୍ଗ ଗାଧୋଇବାକୁ ଯାଇଥିଲେ। କୌଣସି କାରଣରୁ ସମସ୍ତେ ପାଣିରେ ବୁଡ଼ିଯାଇଥିଲେ। ପିଲାମାନେ ନଦୀରେ ବୁଡ଼ିଯାଉଥିବା ଦେଖି ସ୍ଥାନୀୟ ଲୋକେ ଏ ସମ୍ପର୍କରେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଛାତ୍ରମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ।
ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ଭଦ୍ରକ ଜିଲ୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଜଣେ ଛାତ୍ର ଚିକିତ୍ସାଧୀନ ଅଛନ୍ତି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଡାକ୍ତର କହିଛନ୍ତି। ସମସ୍ତେ ଗୋଟିଏ କଲେଜର ଛାତ୍ର ବୋଲି ଜଣାପଡ଼ିଛି।
ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Tags: #Bhadrak #NaliaRiver #Death #CollegeStudent

















