ଓଡ଼ିଶାଲାଇଭ୍ ବ୍ୟୁରୋ

ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନିକଟ ଚାରିନଙ୍ଗଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଶନିବାର ସକାଳେ ଏହିଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର ଆହତମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଆଜି ସକାଳେ ଏକ ପିକ୍ଅପ ଭ୍ୟାନ ଚଣ୍ଡିଖୋଲରୁ ପାରାଦ୍ୱୀପ ଅଭିମୁଖେ ଯାଉଥିବାବେଳେ ଚାରିନଙ୍ଗଳ ନିକଟରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ଚଣ୍ଡିଖୋଲ ଅଗ୍ନିଶମ ବିଭାଗ କର୍ମଚାରୀ ଆହତମାନଙ୍କୁ ଉଦ୍ଧାର କରି ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।

ଆହତମାନଙ୍କ ଅବସ୍ଥା ଅଙ୍କଟାପନ୍ନ ଥିବାରୁ ସେମାନଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପିକଅପ ଭ୍ୟାନଟି ବାଲିଚନ୍ଦ୍ରପୁରରୁ ଶୁଖୁଆ ନେଇ ପାରାଦ୍ୱୀପ ଯାଉଥିବା ସମୟରେ ଏହି ଦୁର୍ଘଟଣାର ସମ୍ମୁଖିନ ହୋଇଥିଲା। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରିଛି। ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ କରୁଛି।

Tags: #Chandikhol #Accident #Death #RoadAccident

Comment