ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଆଜି ସକାଳୁ ସ୍କୁଲ ଯାଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଆଜିଠାରୁ ରାଜ୍ୟର ସମସ୍ତ ସ୍କୁଲରେ ଏହି ନିୟମ କାର୍ଯ୍ୟକାରୀ ହୋଇଛି।

ରାଜ୍ୟର ଉଭୟ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକରେ ଆଜିଠାରୁ ସକାଳୁ ସ୍କୁଲ ଆରମ୍ଭ ହୋଇଛି। ସକାଳ ୭ଟାରୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମର୍ଣ୍ଣିଂ କ୍ଲାସ ହେବ। ଶ୍ରେଣୀ ଅନୁଯାୟୀ ଏହି ସମୟ ଧାର୍ଯ୍ୟ କରାଯାଇଛି।

ଖରାକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ପାନୀୟ ଜଳ ସହ ଓଆରଏସ ମହଜୁଦ ରଖାଯାଇଛି।

ହିଟଓ୍ଵେଭ ହେଲେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ପ୍ରାଥମିକ ଶିକ୍ଷା ବିଭାଗ ପକ୍ଷରୁ କହାଯାଇଛି। ଖରା ବଢ଼ିଲେ କ୍ଲାସ ସମୟ କମାଇବା ଲାଗି ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇପାରିବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କ୍ୟାଲେଣ୍ଡର ପ୍ରକାଶ ପାଇଥିବାବେଳେ ଆସନ୍ତା ମେ’ ୫ ତାରିଖରୁ ଜୁନ ୧୭ ତାରିଖ ପର୍ଯ୍ୟନ୍ତ ସ୍କୁଲ ପିଲାଙ୍କର ଖରାଛୁଟି ହେବ ବୋଲି ଜଣାପଡ଼ିଛି।

Tags: #School #Education #MorningSchool #MorningClass #Odisha

Comment