ଓଡ଼ିଶାଲାଇଭ୍ ବ୍ୟୁରୋ

ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଗୁରୁବାର ଦିନ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୫ କ୍ୟାବିନେଟ୍ ମନ୍ତ୍ରୀ, ଜଣେ ରାଷ୍ଟ୍ର ମନ୍ତ୍ରୀ ସ୍ଥାନ ପାଇଛନ୍ତି। ଏହି ନେତାମାନେ ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବେ।
ବିଜେଡିର ଏହି ଷ୍ଟାର ପ୍ରଚାରକଙ୍କ ତାଲିକାରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ନିରଞ୍ଜନ ପୂଜାରୀ, ଅଶୋକ ଚନ୍ଦ୍ର ପଣ୍ଡା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଟୁକୁନି ସାହୁ, ରୀତା ସାହୁ ଓ ପ୍ରସନ୍ନ ଆଚାର୍ଯ୍ୟଙ୍କ ଭଳି ବରିଷ୍ଠ ନେତା ସାମିଲ ଅଛନ୍ତି।
ଅନ୍ୟପଟେ ଏହି ତାଲିକାରେ ବିଧାୟକ ଅରୁଣ କୁମାର ସାହୁ, ସାରଦା ପ୍ରସାଦ ନାୟକ, ପଦ୍ମନାଭ ବେହେରା, ସୁଶାନ୍ତ ସିଂହ, ପ୍ରତାପ ଜେନା ସ୍ନେହାଙ୍ଗିନୀ ଛୁରିଆ, ବ୍ୟୋମକେଶ ରାୟ ପ୍ରମୁଖ ସାମିଲ ଅଛନ୍ତି।
ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଉଭୟ କଂଗ୍ରେସ ଓ ବିଜେପି ନିଜ ନିଜର ଷ୍ଟାର ପ୍ରଚରକଙ୍କ ତାଲିକା ବାହାର କରିସାରିଥିଲେ। ସର୍ବ ଶେଷରେ ବିଜେଡି ନିଜ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି। ସେ ମଙ୍ଗଳବାର ଦିନ ନିଜର ପ୍ରାର୍ଥିପତ୍ର ଦାଖଲ କରିଥିଲେ।
ଆସନ୍ତା ମେ’ ମାସ ୧୦ ତାରିଖରେ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ମତଦାନ ହେବ। ଏହାପରେ ମେ’ ୧୩ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।
Tags: #Politics #OdishaPolitics #BJD #StarCampaigner #JharsugudaByelection

















