ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିବ। ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ମଙ୍ଗଳବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରାୟଗଡ଼ା ଜିଲ୍ଲାକୁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ବଲାଙ୍ଗୀର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେହିପରି ବରଗଡ଼, ଗଜପତି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ସମ୍ଭବନା ରହିଛି। ନବରଙ୍ଗପୁର, କଳାହାଣ୍ଡି ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ଵର ଏବଂ ଭଦ୍ରକରେ ଅତ୍ୟଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି କେନ୍ଦ୍ର।

ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ଵର ଏବଂ ମୟୂରଭଞ୍ଜରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ୪୦ରୁ ୫୦ କିଲୋମିଟର ରହିବା ନେଇ ଆକଳନ କରାଯାଇଛି।

ସେହିପରି ଆସନ୍ତା ୨୭ ତାରିଖ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ୪୦ରୁ ୫୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକ ବ୍ୟତୀତ ଅନ୍ୟ ଜିଲ୍ଲା ପାଇଁ କୌଣସି ଓ୍ଵାର୍ଣ୍ଣିଂ ଜାରି କରାଯାଇ ନାହିଁ।

ଆସନ୍ତା ୨୮ ତାରିଖ ପାଇଁ ଜାରି କରାଯାଇଥିବା ସୂଚନା ଅନୁସାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ଵର ଓ ମୟୂରଭଞ୍ଜ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ କେତେକ ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭବନା ରହିଛି। ସମ୍ପୃକ୍ତି ଜିଲ୍ଲାଗୁଡ଼ିକରେ ପବନର ବେଗ ୪୦ରୁ ୫୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି।

ଏପ୍ରିଲ ୨୯ ତାରିଖ କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ଵର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdates #Rainfall #MeteorologicalCentre

Comment