ଓଡ଼ିଶାଲାଇଭ୍ ବ୍ୟୁରୋ

କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ଡଙ୍ଗା ବୁଡ଼ି ଘଟଣାରେ ମୃତକଙ୍କ ପରିବାର ଲାଗି ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର।

ଗୁରୁବାର ସକାଳେ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ଏକମଣିଆରୁ ଯାତ୍ରୀବାହୀ ଡଙ୍ଗା ରାଜନଗର ବ୍ଲକ କେରଡ଼ାଗଡ଼ ଯାଉଥିବାବେଳେ ଭାରସାମ୍ୟ ହରାଇ ମଝି ନଦୀରେ ବୁଡ଼ିଯାଇଥିଲା। ଦୁଇ ଜଣ ନିଖୋଜ ହୋଇଥିଲେ। ପରେ ଉଭୟଙ୍କର ମୃତ ଦେହ ଉଦ୍ଧାର କରାଯାଇଥିଲା।

ଏହି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ମୃତ ବ୍ୟକ୍ତିଙ୍କ ପରିବାର ଲାଗି ୪ ଲକ୍ଷ ଟଙ୍କା ଲେଖାଏଁ ଅନକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Tags: #Kendrapara #BramhaniRiver #Death #exgratia #CMOdisha #NaveenPatnaik

Comment