ଓଡ଼ିଶାଲାଇଭ୍ ବ୍ୟୁରୋ

ଭାରତ ସରକାରଙ୍କ ଗୃହ ବିଭାଗ ଅଧିନସ୍ଥ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳରେ (ସିଏପିଏଫ) ‘ଅସିଷ୍ଟାଣ୍ଟ କମାଣ୍ଡାଣ୍ଟ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଅର୍ଦ୍ଧ ସାମରିକ ବଳର ବିଭିନ୍ନ ବିଭାଗରେ ଖାଲିଥିବା ୩୨୨ଟି ଅସିଷ୍ଟାଣ୍ଟ କମାଣ୍ଡାଣ୍ଟ ପଦବୀ ପୂରଣ ପାଇଁ ଭାରତୀୟ ଲୋକ ସେବା ଆୟୋଗ (ୟୁପିଏସସି) ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

ଅର୍ଦ୍ଧ ସାମରିକ ବଳର ବିଭିନ୍ନ ବିଭାଗ ଯଥା ବିଏସଫ, ସିଆରପିଏଫ, ସିଆଇଏସଏଫ, ଆଇଟିବିପି ଓ ଏସଏସବିରେ ଏହି ନିଯୁକ୍ତି ମିଳିବ। ଏଥିପାଇଁ ହେବାକୁ ଥିବା ପରୀକ୍ଷା ପାଇଁ ଏବେ ଅନଲାଇନ ଆବେଦନ ଆରମ୍ଭ ହୋଇଛି। ଏହି ପଦବୀ ପାଇଁ ଭାରତର ବିଭିନ୍ନ ରାଜ୍ୟରେ ପରୀକ୍ଷା କରାଯିବ। ଆବେଦନର ଶେଷ ତାରିଖ ମେ’ ୧୬। ଯଦି ଆପଣମାନେ ସିଆରପିଏଫର ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି, ଜାଣନ୍ତୁ କେମିତି କରିବେ ଆବେଦନ।

ପଦବୀ ସଂଖ୍ୟା

  • ଅସିଷ୍ଟାଣ୍ଟ କମାଣ୍ଡାଣ୍ଟ (ମୋଟ ପଦବୀ) – ୩୨୨
  • ବିଏସଫ – ୮୬
  • ସିଆରପିଏଫ – ୫୫
  • ସିଆଇଏସଏଫ – ୯୧
  • ଆଇଟିବିପି – ୬୦
  • ଏସଏସବି – ୩୦

ଯୋଗ୍ୟତା

  • ସମସ୍ତ ପ୍ରାର୍ଥୀ ଭାରତୀୟ ନାଗରିକ ହୋଇଥିବା ଆବଶ୍ୟକ
  • ପ୍ରାର୍ଥୀମାନଙ୍କ ବୟସ ୨୦ ରୁ ୨୫ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ
  • ପ୍ରାର୍ଥୀମାନେ ଅତି କମରେ ଯେକୌଣସି ବିଭାଗରେ ଗ୍ରାଜୁଏସନ ପାସ କରିଥିବା ଆବଶ୍ୟକ

‘ଅସିଷ୍ଟାଣ୍ଟ କମାଣ୍ଡାଣ୍ଟ’ ପଦବୀ ପାଇଁ ଆବେଦନ କରୁଥିବା ପ୍ରାର୍ଥୀମାନଙ୍କ ଶାରୀରିକ ମାନଦଣ୍ଡକୁ ଧାର୍ଯ୍ୟ କରାଯାଇଛି। ଏହାର ଅଧିକ ସୂଚନା ୟୁପିଏସସିର ୱେବସାଇଟରେ ଉପଲବ୍ଧ। ଏହାଛଡ଼ା ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗର ପ୍ରାର୍ଥୀମାନଙ୍କୁ ବୟସ ସୀମାରେ ଛାଡ଼ ମିଳିବ।

ଚୟନ ପ୍ରକ୍ରିୟା  

  • ପ୍ରଥମେ ପ୍ରାର୍ଥୀମାନଙ୍କୁ ଏକ ପ୍ରବେଶିକ ପରୀକ୍ଷା ଦେବାକୁ ହେବ
  • ଏହାପରେ ପ୍ରାର୍ଥୀମାନଙ୍କ ଶାରୀରିକ ପରୀକ୍ଷା କରାଯିବ
  • ଏଥିରେ ଚୟନ ହୋଇଥିବା ପ୍ରାର୍ଥୀମାନଙ୍କ ମେଡିକାଲ ଭେରିଫିକେସନ କରାଯିବ
  • ଶେଷରେ ପଦବୀ ପାଇଁ ପ୍ରାର୍ଥୀମାନଙ୍କ ଅନ୍ତିମ ତାଲିକା ୟୁପିଏସିର ୱେବସାଇଟରେ ବାହାରିବ

କେମିତି କରିବେ ଆବେଦନ

  • ୟୁପିଏସିର ୱେବସାଇଟ୍ upsconline.nic.in କୁ ଯାଆନ୍ତୁ
  • ୱେବସାଇଟ୍  ଭିତରେ ‘କ୍ୟାରିୟର’ ଅପ୍ସକୁ କ୍ଲିକ କରନ୍ତୁ
  • ଏହାପରେ ସେଠାରେ ଲଗ ଇନ କରି ପଦବୀଗୁଡ଼ିକ ପାଇଁ ଫର୍ମ ପୂରଣ କରନ୍ତୁ
  • ଫର୍ମ ପୂରଣ ସମୟରେ ନିଜର ପାଖ ଅଞ୍ଚଳରେ ଥିବା ପରୀକ୍ଷା କେନ୍ଦ୍ରକୁ ବାଛନ୍ତୁ
  • ଶେଷରେ ପୂରଣ କରିଥିବା ଫର୍ମର ଏକ ପ୍ରିଣ୍ଟ ଆଉଟ ରଖନ୍ତୁ

ଏହି ‘ଅସିଷ୍ଟାଣ୍ଟ କମାଣ୍ଡାଣ୍ଟ’ ପଦବୀ ପରୀକ୍ଷା ପାଇଁ ସାଧରଣ ବର୍ଗର ପ୍ରାର୍ଥୀମାନଙ୍କୁ ୨୦୦ ଟଙ୍କା ଆବେଦନ ଶୁଳ୍କ ଦେବାକୁ ପଡ଼ିବ। ଅନ୍ୟପଟେ ମହିଳା, ଅନୁସୂଚିତ ଜାତି, ଜନଜାତି ଓ ଅନ୍ୟ ବର୍ଗର ପ୍ରାର୍ଥୀମାନଙ୍କ ପାଇଁ ଆବେଦନ ଶୁଳ୍କ ଛାଡ଼ କରାଯାଇଛି।

ଏହି ପଦବୀ ପାଇଁ କେବେ ପରୀକ୍ଷା କରାଯିବ ସେ ନେଇ ୟୁପିଏସି ପକ୍ଷରୁ ଆଗକୁ ସୂଚନ ଦିଆଯିବ। ଏହି ପଦବୀ ଓ ପରୀକ୍ଷା ସମ୍ବନ୍ଧୀୟ ଅଧିକ ସୂଚନା ୟୁପିଏସିର ୱେବସାଇଟରେ ଉପଲବ୍ଧ।

Tags: #CAPF #AssistantCommandant #UPSC #EmploymentOpportunity #India

Comment