ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ବାହାରିନ ଓଡ଼ିଆ ସମାଜ ପକ୍ଷରୁ ଉତ୍କଳ ଦିବସ ପାଳନ କରାଯାଇଛି। ବାହାରିନର ୱିଣ୍ଡହମ୍ ଗ୍ରାଣ୍ଡ ହୋଟେଲଠାରେ ଏପ୍ରିଲ ୨୮ ତାରିଖରେ ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଏକ ଭିଡିଓ ବାର୍ତ୍ତା ସହିତ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।

କାର୍ଯ୍ୟକ୍ରମରେ ୧୦ଟି ଦେଶର ରାଷ୍ଟ୍ରଦୂତ ଯୋଗ ଦେଇଥିଲେ। ଭାରତୀର ରାଷ୍ଟ୍ରଦୂତ ପୀୟୂଷ ଶ୍ରୀବାସ୍ତବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଓ ପରିଚୟ ଫାଉଣ୍ଡେସନର ଅଧ୍ୟକ୍ଷା ରୋଜାଲିନ ପଟଶାଣୀ ମିଶ୍ର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

ଏହି ଅବସରରେ ‘ବାହାରିନ ଉତ୍କଳିକା’ ନାମକ ଏକ  ସ୍ମରଣିକା ଉନ୍ମୋଚନ ହୋଇଥିଲା। ଓଡ଼ିଶୀ ନୃତ୍ୟ ଗୁରୁ ଶାଶ୍ୱତ ଯୋଶୀ କାର୍ଯ୍ୟକ୍ରମରେ ଓଡ଼ିଶୀ ନୃତ୍ୟ ପରିବେଷଣ କରି ଦର୍ଶକଙ୍କୁ ବିମୋହିତ କରିଥିଲେ।

ବାହାରିନରେ ଉତ୍କଳ ଦିବସ ପାଳନ କରିବା ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ଗତ ୨୬  ବର୍ଷ ଧରି ବାହାରିନ ଓଡ଼ିଆ ସମାଜ ଓଡ଼ିଶାର ଐତିହ୍ୟ, ଜଗନ୍ନାଥ ସଂସ୍କୃତି, ବାଣିଜ୍ୟ, ପର୍ଯ୍ୟଟନ ଏବଂ ହସ୍ତଶିଳ୍ପକୁ ବିଶ୍ୱ ଦରବାରରେ ପହଞ୍ଚାଇବାକୁ ଚେଷ୍ଟା ଜାରି ରଖିଥିବା ଏହି ଅବସରରେ କହିଥିଲେ ବାହାରିନ ଓଡ଼ିଆ ସମାଜ ପ୍ରତିଷ୍ଠାତା ଡକ୍ଟର ଅରୁଣ କୁମାର ପ୍ରହରାଜ।

ବାହାରିନ ଓଡ଼ିଆ ସମାଜର ଏହିଭଳି ପ୍ରୟାସକୁ ଉପସ୍ଥିତ ଅତିଥିମାନେ ଉଚ୍ଚ ପ୍ରଶଂସା କରିଥିଲେ।

Tags: #BahrainOdiaSamaj #UtkalDibasCelebration #UtkalDibasCelebrationInBahrain #MadhuBabuJayanti

Comment