ଓଡ଼ିଶାଲାଇଭ୍ ବ୍ୟୁରୋ

ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଏହା ଏକ ଅବପାତର ରୂପ ନେବ। ଆସନ୍ତା ୧୦ ତାରିଖ ବେଳକୁ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ କେନ୍ଦ୍ର।

ଆସନ୍ତା ୧୨ ତାରିଖ ସକାଳ ପର୍ଯ୍ୟନ୍ତ ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଗତିପଥ ପରିବର୍ତ୍ତନ କରି ଉତ୍ତର-ଉତ୍ତର ପୂର୍ବ ଦିଗରେ ବାଂଲାଦେଶ-ମିଆଁମାର ଆଡ଼କୁ ମୁହାଁଇବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଓଡ଼ିଶା ଉପକୂଳର ପ୍ରାୟ ୬୦୦ ମିଟର ଦୂରରେ ଗତି କରିବାକୁ ଥିବାରୁ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Tags: #WeatherUpdates #LowPressure #CycloneAlert

Comment