ଓଡ଼ିଶାଲାଇଭ୍ ବ୍ୟୁରୋ

ଚାରିଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ଅପରାହ୍ଣ ୪ ଟା ୩୦ରେ ନୂଆଦିଲ୍ଲୀଠାରେ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ସ୍ଵାର୍ଥ ସମ୍ଵଳିତ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହେବା ନେଇ ଚର୍ଚ୍ଚା ହେଉଛି।

ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଭେଟିବା ପରେ ବୁଧବାର ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ନୀତିଶଙ୍କୁ ଭେଟିବା ପରେ ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ନବୀନ ଓ ମୋଦୀଙ୍କ ଭେଟକୁ ନେଇ ବର୍ତ୍ତମାନ ଜାତୀୟ ରାଜନୀତି ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ଓଡ଼ିଶାରେ ଆଗୁଆ ନିର୍ବାଚନ ଚର୍ଚ୍ଚା ସମ୍ପର୍କରେ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି ବୋଲି ମଧ୍ୟ ଶୁଣିବାକୁ ମିଳିଛି।

Tags: #NaveenPatnaik #Odisha #PrimeMinister #NarendraModi #Meeting #NewDelhi #Politics

LEAVE A REPLY

Please enter your comment!
Please enter your name here