ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ଟି ଗୁରୁତ୍ଵପୂର୍ଣ୍ଣ ବିଭାଗର ଦାୟିତ୍ୱ। ଶନିବାର ଦିନ ପ୍ରମିଳା ମଲ୍ଲିକଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଶ୍ରମ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। 

ଶୁକ୍ରବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୀମର ରଞ୍ଜନ ଦାଶ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ କୁମାର ସାହୁ ନିଜ ପଦବୀରୁ ଇସ୍ତଫା ଦେଇଥିଲେ। ଖାଲିପଡ଼ିଥିବା ଏହି ଦୁଇ ବିଭାଗର ଦାୟିତ୍ଵ ପ୍ରମିଳା ମଲ୍ଲିକଙ୍କୁ ମିଳିଛି।

Tags: #Politics #OdishaPolitics #PramilaMallik #AdditionalCharge

Comment