ଓଡ଼ିଶାଲାଇଭ୍ ବ୍ୟୁରୋ

ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଝାରସୁଗୁଡ଼ା ବିଜୟ ପରେ ଫୋନ ଯୋଗେ ଦୀପାଳିଙ୍କ ସହ କଥା ହୋଇଛନ୍ତି।ବିପୁଳ ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ଦୀପାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଝାରସୁଗୁଡ଼ାର ବିକାଶ ପାଇଁ କାମ କରିବାକୁ ପରାମର୍ଶ ଦେଇଛନ୍ତି।

ମେ’ ୧୦ ତାରିଖରେ ହୋଇଥିଲା ଝାରସୁଗୁଡ଼ା ବିଧାନସାଭା ଉପନିର୍ବାଚନ ଲାଗି ମତଦାନ। ଶନିବାର ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇଛି। ମୋଟ ୯ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ୁଥିଲେ। କିନ୍ତୁ ବିଜେଡି ପ୍ରାର୍ଥୀ ଦୀପାଳି ଦାସ, ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଏବଂ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କ ମଧ୍ୟରେ ମୁଖ୍ୟ ଲଢ଼େଇ ହୋଇଥିଲା।

ଏହି ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳିଙ୍କୁ ୧,୦୭,୧୯୮ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପି ପ୍ରାର୍ଥୀ ଟଙ୍କଧରଙ୍କ ୫୮,୪୭୭ ଏବଂ କଂଗ୍ରେସ ପ୍ରାର୍ଥୀଙ୍କୁ ମିଳିଥିଲା ମାତ୍ର ୪,୪୯୬ ଖଣ୍ଡ ଭୋଟ।

ଗତ ଜାନୁଆରି ୨୯ ତାରିଖରେ ନବ କିଶୋର ଦାସଙ୍କୁ ଗୁଳିକରି ହତ୍ୟା କରାଯିବା ପରେ ଖାଲିପଡ଼ିଥିବା ଆସନରେ ଉପନିର୍ବାଚନ ହୋଇଥିଲା। ଏହି ଉପନିର୍ବାଚନରେ ବିଜୟୀ ହୋଇଛନ୍ତି ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି।

Tags: #Politics #Jharsuguda #ByElection #NaveenPatnaik #Odisha

LEAVE A REPLY

Please enter your comment!
Please enter your name here