ଓଡ଼ିଶାଲାଇଭ୍ ବ୍ୟୁରୋ

ଅସହ୍ୟ ତାତିରୁ ସାମାନ୍ୟ ଆଶ୍ଵସ୍ତି ମିଳିଛି। ବୁଧବାର ଦିନ ୩ଟାରୁ ହଠାତ୍ ବିଜୁଳି ଘଡ଼ଘଡ଼ି ସହ ଆରମ୍ଭ ହୋଇଛି ପ୍ରବଳ ବର୍ଷା। ଏହି ସମୟରେ ପବନର ବେଗ ୪୦ରୁ ୫୦ କିଲୋମିଟର ରହିଥିବା ରେକର୍ଡ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଟୁଇନ ସିଟି କଟକ ଓ ଭୁବନେଶ୍ଵର ସହ ରାଜ୍ୟର ବିଭିନ୍ନ ସ୍ଥାନରେ ବୁଧବାର ଦିନ ୩ଟାରୁ ଦେଖିବାକୁ ମିଳିଥିଲା କାଳବୈଶାଖି ପ୍ରଭାବ। ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଥିବାବେଳେ କେତେକ ସ୍ଥାନରେ କୁଆ ପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଢେଙ୍କାନାଳ, କଟକ, ଖୋର୍ଦ୍ଧା ଏବଂ ଭୁବେନଶ୍ଵରରେ କାଳବୈଶାଖୀ ପ୍ରଭାବ ଜାରି ରହିଛି।

ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୨୬ ତାରିଖ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ନୟାଗନ, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହା ସହିତ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ଵର ଜିଲ୍ଲାରେ ପବନର ବେଗ ୪୦ରୁ ୫୦ କିଲୋମିଟର ବହିବା ନେଇ ପୂର୍ବାନୁମାନ କରାଯାଇଛି।

ସେହିପରି ଆସନ୍ତା ୨୭ ତାରିଖ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୯ ତାରିଖ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଦେବଗଡ଼, ଅନୁଗୁଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdates #HeavyRainfall #Thunderstorm

Comment