ଓଡ଼ିଶାଲାଇଭ୍ ବ୍ୟୁରୋ

ଅସହ୍ୟ ତାତିରୁ ମିଳିବ ରାଜ୍ୟବାସୀଙ୍କୁ ମୁକ୍ତି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ କେତେକ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ୨ ତାରିଖରୁ ୩ ତାରିକ ମଧ୍ୟରେ ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆକଳନ କରାଯାଇଛି। ଏହା ସହିତ ଜୁନ ୩ରୁ ୪ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କନ୍ଧମାଳ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୪ରୁ ୫ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, ଯାଜପୁର, ଅନୁଗୁଳ, କଟକ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କୋରାପୁଟ।

ସେହିପରି ଜୁନ ୫ରୁ ୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ ଏବଂ ଜଗପତି ଜିଲ୍ଲାରୋ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdates #RainfallWarning #Thunderstorm

Comment