ଓଡ଼ିଶାଲାଇଭ୍ ବ୍ୟୁରୋ

ବାଲେଶ୍ୱର ବାହାନଗା ରେଳ ଷ୍ଟେସନରେ ଘଟିଥିବା ଭୟଙ୍କର ସ୍ଥିତି ପରଖିବାକୁ ଦୁର୍ଘଟଣାସ୍ଥଳରେ ଶନିବାର ଦିନ ସକାଳେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଦୁର୍ଘଟଣାସ୍ଥଳର ସ୍ଥିତି ଅନୁଧ୍ୟାନ କରିବା ସହ ଆହତମାନଙ୍କୁ ଭେଟିବା ଲାଗି ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଛନ୍ତି।

ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦୁର୍ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଶୁକ୍ରବାର ସନ୍ଧ୍ୟାରେ ବାହାନଗା ରେଳ ଷ୍ଟେସନ ନିକଟରେ ଘଟିଥିବା ଭୟଙ୍କର ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୩୩ ମୃତ ଦେହ ଉଦ୍ଧାର କରାଯାଇଥିବାବେଳେ ୯୦୦ରୁ ଅଧିକ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନେକ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତାହତଙ୍କ ସଂଖ୍ୟା ଆହୁରି ଅଧିକ ବଢ଼ିବାର ସମ୍ଭାବନା ରହିଛି।

Tags: #Train #TrainTragedy #CMOdisha #NaveenPatnaik #CoromandelExpressTragedy #Death #Accident #BalasoreBahanaga #RescueOperation

Comment