ଓଡ଼ିଶାଲାଇଭ୍ ବ୍ୟୁରୋ

ବାଲେଶ୍ୱର ବାହାନଗା ଷ୍ଟେସନରେ ଶୁକ୍ରବାର ସନ୍ଧ୍ୟାରେ ଘଟିଛି ଭୟଙ୍କର ଦୁର୍ଘଟଣା। ଶନିବାର ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଥିବେଳେ ସନ୍ଧ୍ୟାରେ ବାହାନଗା ପହଞ୍ଚିବେ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଆଜି ସନ୍ଧ୍ୟା ସୁଦ୍ଧା ପ୍ରଧାନମନ୍ତ୍ରୀ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାସ୍ଥଳରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁର୍ଘଟଣାସ୍ଥଳ ବାହାନଗାକୁ ଯିବା ପରେ ଡାକ୍ତରଖାନା ଯାଇ ଆହତମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଅନ୍ୟ ପକ୍ଷରେ ବାହାନଗା ଟ୍ରେନ ଟ୍ରାଜେଡିକୁ ନେଇ ଶନିବାର ଉଚ୍ଚ ସ୍ତରୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ।

ବାହାନଗା ଟ୍ରେନ୍ ଟ୍ରାଜେଡିକୁ ଶତାବ୍ଦୀର ବଡ଼ ଘଟଣା ବୋଲି କୁହାଯାଉଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୩୮ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଥିବାଳେ ୯୦୦ ଆହତ ଯାତ୍ରୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବିକଳ ଚିତ୍କାରରେ ଫାଟିପଡ଼ୁଛି ଦୁର୍ଘଟଣାସ୍ଥଳ।

ବାହାନଗା ଟ୍ରେନ ଟ୍ରାଜେଡିର ସ୍ଥିତି ସମୀକ୍ଷା କରିବାକୁ ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଥିବାବେଳେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶାର ଅକେ ମନ୍ତ୍ରୀ ଓ ବିଧାୟକମାନେ ମଧ୍ୟ ଦୁର୍ଘଟଣାସ୍ଥଳରେ ରହିଛନ୍ତି।

ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମାଟିତଳେ ଦବି ରହିଥିବା ଟ୍ରେନର ବଗିକୁ କଟର ସହାୟତାରେ କାଟି ଶବଗୁଡ଼ିକୁ ବାହାର କରିବାକୁ ଉଦ୍ୟମ ଜାରି ରହିଛି। ମୃତାହତଙ୍କ ସଂଖ୍ୟା ଆହୁରି ଅଧିକ ବଢ଼ିବ ବୋଲି ଆଶଙ୍କା କରାଯାଉଛି।

Tags: #Train #TrainAccident #NarendraModi #MamataBanerjee #CoromandelExpressTragedy #Death #Accident #BalasoreBahanaga #RescueOperation

Comment