ଓଡ଼ିଶାଲାଇଭ୍ ବ୍ୟୁରୋ

ବାଲେଶ୍ୱର ବାହାନଗା ଷ୍ଟେସନରେ ହୋଇଥିବା ଭୟଙ୍କର ରେଳ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୩୩ରୁ ଅଧିକ ରହିଛି। ଏବେ ମୃତଦେହ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଶବ ଚିହ୍ନଟ ହେବା ପରେ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିତ ପ୍ରଦୀପ କୁମାର ଜେନା।

ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୯୦୦ରୁ ଅଧିକ ଗୁରୁତର ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଦ୍ଧାର କାର୍ଯ୍ୟ ଏବେ ବି ଜାରି ରହିଛି। ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିବ ବୋଲି ଆଶଙ୍କା କରାଯାଉଛି। ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ଏନ୍ଡିଆରଏଫ, ଏସଡି ଆରଏଫ୍ ଓ ଅନ୍ୟ ଉଦ୍ଧାରକାରୀ ଦଳ।

Tags: #CoromandelExpressTragedy #Death #Accident #BalasoreBahanaga #RescueOperation

Comment