ଓଡ଼ିଶାଲାଇଭ୍ ବ୍ୟୁରୋ

ବାଲେଶ୍ୱର ବାହାନଗା ରେଳ ଷ୍ଟେସନରେ ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର। ବାହାନଗା ଟ୍ରେନ ଟ୍ରାଜେଡିରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ।

ଏହି ଦୁର୍ଘଟଣାରେ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଅରୋଗ୍ୟ କାମନା କରିଛନ୍ତି।

ଦୁର୍ଘଟଣା ଦିନ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୃତାହତଙ୍କ ଲାଗି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଥିଲା।

ବର୍ତ୍ତମାନ ମୃତଦେହ ଚିହ୍ନଟ ପ୍ରକ୍ରିୟା ଚାଲିଛି। ମୃତ ଦେହ ଚିହ୍ନଟ ପାଇଁ ବିଭିନ୍ନ ରାଜ୍ୟରୁ ଆସୁଥିବା ସମ୍ପର୍କୀୟଙ୍କ ଲାଗି ରେଳ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ୪୮ ଘଣ୍ଟା ମଧ୍ୟରେ ମୃତଦେହ ଚିହ୍ନଟ ପ୍ରକ୍ରିୟା ଶେଷ ହେବ। ରବିବାର ଦିନ ବାହାନଗାରୁ ୧୬୦ ମୃତ ଦେହ ଆମ୍ବୁଲାନ୍ସ ଯୋଗେ ଅଣାଯାଇ ଭୁବନେଶ୍ୱର ବିଭିନ୍ନ ସରକାରୀ ଏବଂ ବେସରକାରୀ ଡାକ୍ତରକଖାନାର ଶବାଗାରରରେ ରଖାଯାଇଛି।

Tags: #Exgratia amount #CMOdisha #Death #Accident #BalasoreBahanaga #RescueOperation

Comment