ଓଡ଼ିଶାଲାଇଭ୍ ବ୍ୟୁରୋ

ବାହାନଗା ଟ୍ରେନ ଟ୍ରାଜେଡିରେ ମୃତ୍ୟୁବରଣ କରଥିବା ଓଡ଼ିଶାର ୩୯ ଜଣ ଯାତ୍ରୀଙ୍କ ପରିବାର ପାଇଁ ରାଜ୍ୟ ସରକାର ୧ କୋଟି ୯୫ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏନେଇ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଟଙ୍କା ଦିଆଯାଇଛି।

ବାହାନଗା ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ଭଦ୍ରକର ୮ ଜଣ, ଯାଜପୁରର ୨ ଜଣ, ବାଲେଶ୍ୱରର ୧୪ ଜଣ, ମୟୁରଭଞ୍ଜର ୯ ଜଣ, ଖୋର୍ଦ୍ଧାର ୨ ଜଣ, କଟକର ୩ ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ଏମାନଙ୍କ ପରିବାର ବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ମିଳିଛି।

ପୂର୍ବରୁ ରାଜ୍ୟ ସରକାର ବାହାନଗା ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯାତ୍ରୀଙ୍କ ପାଇଁ ୫ ଲକ୍ଷ ଟଙ୍କା ଓ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଥିଲେ।

ଶୁକ୍ରବାର ରାତିରେ ହୋଇଥିବା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଏ ଯାଏଁ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟପଟେ ଏଥିରେ ୧୧୭୫ ଜଣ ଯାତ୍ରୀ ଆହତ ହୋଇଥିଲେ। ଏବେ ଦୁର୍ଘଟଣା ସ୍ଥଳରେ ଟ୍ରାକ୍ ମରାମତି କାମ ଶେଷ ହୋଇଥିବାବେଳେ ଉଭୟ ମେନ ଲାଇନରେ ଟ୍ରେନ ଚଳାଚଳ ସ୍ଵାଭାବିକ ହୋଇଛି।

Tags: #BahanagaTrainTragedy #TrainAccidentinOdisha #TrainMishap #IndianRailway

 

Comment