ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେବା ଲାଗି ଶୁକ୍ରବାର ଦିନ ରାଜ୍ୟପାଳନଙ୍କୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚଶିକ୍ଷା ବିଭାଗରେ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ରାଜ୍ୟ ସରକାର ଏହିଭଳି ପଦକ୍ଷେପ ଗ୍ରହଣ କରିଥିବା କୁହାଯାଉଛି।

ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ପ୍ରଥମ ଥର ପାଇଁ ୨୦୨୨ ମସିହାରେ ରୋହିତ ପୂଜାରି ରାଜ୍ୟ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିଲେ। ୨୦୨୨ ଜୁନ ୫ ତାରିଖରେ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ଶପଥ ନେଇଥିଲେ। ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ଏହି କାରଣରୁ ପୂଜାରୀଙ୍କୁ ମନ୍ତ୍ରିମଣ୍ଡରୁ ବାଦ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା କୁହାଯାଉଛି।

Tags: #Politics #OdishaPolitics #RohitPujari #StateCabinet #HigherEducationDept

Comment