ଓଡ଼ିଶାଲାଇଭ୍ ବ୍ୟୁରୋ

(ଜୟପୁର): ଏକ କୋଇଲା ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ଗୋଟିଏ ସ୍କୁଟି ଉପରକୁ ଓଲଟି ପଡ଼ିବାରୁ ସ୍କୁଟିରେ ଯାଉଥିବା ଦୁଇଜଣ ଯୁବତୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି କୋରାପୁଟ-ଜୟପୁର ୨୬ ନମ୍ବର ଜାତୀୟ ରାଜପଥ ନିକଟରେ।

ଶୁକ୍ରବାର ଦିନ ୩ ଜଣ ଯୁବତୀ କୋରାପୁଟ-ଜୟପୁର ୨୬ ନମ୍ବର ଜାତୟ ପଥରେ ଗୋଟିଏ ସ୍କୁଟିରେ ଯାଉଥିବା ସମୟରେ ଏକ କୋଇଲା ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ସେମାନଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଭାବେ ଆହତ ହୋଇଥିଲେ। ଆହତ ଯୁବତୀଙ୍କୁ ଚିକିତ୍ସା ପାଇଁ ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଖବର ପାଇ ଜୟପୁର ସଦର ପୋଲିସ ଏବଂ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ପୋଲିସ୍ ଏମ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

Tags: #Koraput #Jeypure #Accident #Death #RoadAccident

Comment