ଓଡ଼ିଶାଲାଇଭ୍ ବ୍ୟୁରୋ

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁଙ୍କ ଆଶୀର୍ବାଦ ଏବଂ ସମସ୍ତଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁବୋଲି ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆଜି ହେଉଛି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା। ଭାଇ, ଭଉଣୀଙ୍କୁ ସାଙ୍ଗରେ ଧରି ମହାପ୍ରଭୁ ଶ୍ରୀଜଗନ୍ନାଥ ୯ ଦିନ ପାଇଁ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା କରିବେ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଚତୁର୍ଦ୍ଧା ମୂର୍ତ୍ତି ରଥାରୁଢ଼ ହୋଇସାରିଛନ୍ତି। ମହାପ୍ରଭୁଙ୍କ ରଥ ଦଉଡ଼ି ଟାଣିବାକୁ ଚାତକ ଭଳି ଚାହିଁ ରହିଛନ୍ତି ଲକ୍ଷାଧିକ ଭକ୍ତ।

Tags: #RathaYatra #CMOdisha #NaveenPatnaik #ShreeGundichaJatra #Puri #ShreeKhetra #SriJagannath #PahandiBije

Comment