ଓଡ଼ିଶାଲାଇଭ୍ ବ୍ୟୁରୋ

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନନ୍ୟ ପରମ୍ପରା ହେଉଛି ପୁରୀ ଗଜପତି ମହାରାଜାଙ୍କ ଛେରାପହଁରା। ଆଜି ଏହି ନୀତି ସମାପନ କରିବାକୁ ରାଜନଅରରୁ ଆସିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ତାମଯାନରେ ବସି ଗଜପତି ରଥପାଖରେ ପହଞ୍ଚିଥିଲେ।

ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କରୁଛନ୍ତି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ରଥ ତାଳଧ୍ୱଜ, ଏହାପରେ ଦେବଦଳନ ଓ ଶେଷରେ ନନ୍ଦିଘୋଷ ରଥରେ ଛେରାପହଁରା କରିଥିଲେ। ଛେରାପହଁରା କରିବା ପରେ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବ।  ଏହାପରେ  ଆରମ୍ଭ ହେବ ରଥଟଣା କାର୍ଯ୍ୟ।

ଆଜି ହେଉଛି ପ୍ରବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା। ଭାଇ, ଭଉଣୀଙ୍କୁ ସାଙ୍ଗରେ ଧରି ମହାପ୍ରଭୁ ଶ୍ରୀଜଗନ୍ନାଥ ୯ ଦିନ ପାଇଁ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା କରିବେ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଚତୁର୍ଦ୍ଧା ମୂର୍ତ୍ତି ରଥାରୁଢ଼ ହୋଇସାରିଛନ୍ତି। ମହାପ୍ରଭୁଙ୍କ ରଥ ଦଉଡ଼ି ଟାଣିବାକୁ ଚାତକ ଭଳି ଚାହିଁ ରହିଛନ୍ତି ଲକ୍ଷାଧିକ ଭକ୍ତ।

Tags: #RathaYatra #Cherapanhara #GajapatiMaharaja #ShreeGundichaJatra #Puri #ShreeKhetra #SriJagannath #PahandiBije

Comment