ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ପ୍ରବେଶ କରିଛ ମୌସୁମୀ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଜୁନ ୨୩ ତାରିଖରେ ସମ୍ପୂର୍ଣ୍ଣ ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ମୌସୁମୀ ପ୍ରଭାବରେ ବର୍ଷା ଲାଗି ରହିଥିବାରୁ ଗତ କିଛି ଦିନ ଧରି ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଥିବା ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ଵସ୍ତି ମିଳିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୧୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ।

ସେହିପରି ଆସନ୍ତା ୨୫ ତାରିଖ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ସୋନପୁର, ସମ୍ବଲପୁର ଓ ଦେବଗଡ଼କୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୬ ତାରିଖ ବେଳକୁ ବର୍ଷାର ପ୍ରଭାବ ଆହୁରି ବଢ଼ିବା ନେଇ ଆକଳନ କରାଯାଇଛି। ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ, କେନ୍ଦୁଝର ଏବଂ ଅନୁଗୁଳ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହା ସହିତ ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଢେଙ୍କାନାଳ, କଟକ ଓ ଯାଜପୁର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ୨୭ ତାରିଖ ବରଗଡ଼, ସମ୍ବଲପୁର, ସୋନପୁର, ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ନୂଆପଡ଼ା, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ନୂଆପଡ଼ା ଏବଂ ନବରଙ୍ଗପୁର ଜିଲ୍ଲାକୁ ଆସନ୍ତା ୨୮ ତାରିଖ ପାଇଁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Tags: #Weather #WeatherUpdates #Rainfall #HeavyRainfallWarning #Odisha

Comment