ଓଡ଼ିଶାଲାଇଭ୍ ବ୍ୟୁରୋ

ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ଏବେ ବର୍ଷା ଜାରି ରହିଛି। ଆଗାମୀ ଦୁଇରୁ ତିନିଦିନ ପର୍ଯ୍ୟନ୍ତ ଏହି ବର୍ଷା ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୧୧ ଜିଲ୍ଲା ପାଇଁ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣଂ ଜାରି ହୋଇଛି।

ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା – ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ଵଲପୁର, ନୁଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୁଳ, ଦେବଗଡ଼ ଏବଂ କେନ୍ଦୁଝର। ଆସନ୍ଦା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ସମାନ ଦିନ ପାଇଁ ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାଗୁଡ଼ିକ ହେଲା – ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ବିଭାଗ ଆକଳନ କରିଛି।୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହି ଲଗାଣ ବର୍ଷା ଜାରି ରହିବ। ଏହାପରେ ପାଗରେ ପରିବର୍ତ୍ତନ ଆସିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Tags: #RainAlert #WeatherUpdate #OdishaWeatherUpdate #Odisha #LowPressure

LEAVE A REPLY

Please enter your comment!
Please enter your name here