ଓଡ଼ିଶାଲାଇଭ୍ ବ୍ୟୁରୋ

ବାହାନଗା ଟ୍ରେନ ଟ୍ରାଜେଡିରେ ଗୁରୁତର ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉ ଜଣେ ଯାତ୍ରୀଙ୍କର ଗୁରୁବାର ଦିନ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ବିହାରର ମନୀଷ କୁମାର। ମନୀଷଙ୍କୁ ମିଶାଇ ୫ ଜଣ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।

ଜୁନ ୨ ତାରିଖ, ଶୁକ୍ରବାର ରାତିରେ ବାଲେଶ୍ଵର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ଭୟାବହ ସିରିଜ ରେଳ ଦୁର୍ଘଟଣାରେ ୨୮୮ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ୧୨ଶହରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଅନେକ ଯାତ୍ରୀ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ଗୁରୁତର ଆହତ ରୋଗୀଙ୍କୁ ଏସସିବି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।

ପୂର୍ବରୁ ଚିକିତ୍ସାଧୀନ ଅବସ୍ଥାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଜି ଆଉ ଜଣେ ପ୍ରାଣ ହରାଇଛନ୍ତି। ବାହନଗା ଟ୍ରେନ ଟ୍ରାଜେଡିରେ ଗୁରୁତର ଆହତ ହୋଇଥିବା ୨୨ ଜଣ ଯାତ୍ରୀ ବର୍ତ୍ତମାନ ଏସସିବିରେ ଚିକିତ୍ସାଧୀନ ଅଛନ୍ତି।

Tags: #BahanagaTrainTragedy #Death #Odisha #BiharPassengerDies

Comment