ଓଡ଼ିଶାଲାଇଭ୍ ବ୍ୟୁରୋ

ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ବାହୁଡ଼ିଛନ୍ତି ବଡ଼ଠାକୁର। ଶ୍ରୀଗୁଣ୍ଡିଚା ମନ୍ଦିରରୁ ରଥାରୁଢ଼ ହୋଇ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି ମହାପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଏବଂ ଚକ୍ରରାଜ ସୁଦର୍ଶନ। ଆଜି ମହାପ୍ରଭୁଙ୍କ ସୁନାବେଶ। ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ବଡ଼ ଠାକୁର। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି।

ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହୋଇ ରଥ ଉପରେ ଦର୍ଶନ ଦେବେ ଜଗତ ଠାକୁର। ସିଂହାରୀ, ପାଳିଆ, ଖୁଣ୍ଟିଆ, ଭଣ୍ଡାର ମେକାପ, ଚାଙ୍ଗଡା ମେକାପ ସେବାୟତମାନେ ମହାପ୍ରଭୁଙ୍କୁ ସୁନା ଅଳଙ୍କାରରେ ସଜାଇବେ। ଶ୍ରୀଜଗନ୍ନାଥଙ୍କୁ ଶ୍ରୀଭୁଜ, ଶ୍ରୀପୟର, କିରୀଟ, ଓଡ଼ିଆଣୀ, ଚନ୍ଦ୍ର ସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବା କଣ୍ଠି, ସ୍ୱର୍ଣ୍ଣ ଚକ୍ର, ରୌପ୍ୟ ଶଙ୍ଖ, ହରିଡ଼ା କଦମ୍ବ ମାଳି, ତାବିଜ ମାଳି, ସେବତୀ ମାଳି, ତ୍ରିଖଣ୍ଡିକା ଅଳଙ୍କାରରେ ସଜାଇ ଦିଆଯିବ। ସେହିପରି ବଳଭଦ୍ରଙ୍କୁ ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣୀ, କୁଣ୍ଡଳୀ, କୁଣ୍ଡଳ, ଚନ୍ଦ୍ର ସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବା କଣ୍ଠି, ହଳ ଓ ମୂଷଳ, ବାହାଡ଼ା ମାଳି, ବାଘ ନଖ ମାଳି, ସେବତୀ ମାଳି, ତ୍ରିଖଣ୍ଡିକା କମର ପଟିରେ ସଜାଯିବ। ଦେବୀ ସୁଭାଦ୍ରାଙ୍କୁ ମଧ୍ୟ କିରୀଟ, ଓଡ଼ିଆଣୀ, କାନ, ଚନ୍ଦ୍ର ସୂର୍ଯ୍ୟ, ଘାଗଡ଼ା ମାଳି, କଦମ୍ବ ମାଳି, ୨ଟି ତଗଡ଼ି ଏବଂ ସେବତୀ ମାଳିରେ ଆଭୂଷିତ କରାଯିବ।

Tags: #Culture #SunaBesa #RathYatra #Bahuda #ShreeMandir #ShreeKhetra

LEAVE A REPLY

Please enter your comment!
Please enter your name here