ଓଡ଼ିଶାଲାଇଭ୍ ବ୍ୟୁରୋ

ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରାଳୟ ଓ ବିଭାଗଗୁଡ଼ିକରେ ୧୧୯୮ ଟି ଗ୍ରୁପ୍-ସି ‘ମଲ୍ଟିଟାସ୍କିଂ ଷ୍ଟାଫ’ (ଏମଟିଏସ) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏହି ସବୁ ପଦବୀଗୁଡ଼ିକ ପାଇଁ ୭ ବେତନ କମିଶନ ହାରରେ ଦରମା ମିଳିବ।

ଷ୍ଟାଫ୍ ସିଲେକ୍ସନ କମିଶନ (ଏସଏସସି) ପକ୍ଷରୁ ଏହି ପଦବୀ ପୂରଣ ପାଇଁ ‘ଏମଟିଏସ’ ପରୀକ୍ଷା କରାଯିବ। ଏଥିଲାଗି ଏବେ ଅନଲାଇନରେ ଅବେଦନ ଜାରି ରହିଛି। ଜୁଲାଇ ୨୧ ଆବେଦନର ଶେଷ ତାରିଖ।

ଯଦି ଆପଣମାନେ ଏହି ପରୀକ୍ଷା ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି, ଜାଣନ୍ତୁ କେମିତି କରିବେ ଆବେଦନ।

ପଦବୀ ସଂଖ୍ୟା

  • ମଲ୍ଟିଟାସ୍କିଂ ଷ୍ଟାଫ (ନନ ଟେକ୍ନିକାଲ) – ୧୧୯୮

ଯୋଗ୍ୟତା

  • ପ୍ରାର୍ଥୀମାନଙ୍କ ବୟସ ୧୮ରୁ ୨୫ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ
  • ପ୍ରାର୍ଥୀମାନେ ଅତିକମରେ ମାଟ୍ରିକ ପାସ କରିଥିବା ଆବଶ୍ୟକ

ଚୟନ ପ୍ରକ୍ରିୟା

ଏହି ସବୁ ପଦବୀ ପାଇଁ ଏସଏସସି ପକ୍ଷରୁ ‘କମ୍ପ୍ୟୁଟର ବେସଡ’ ପରୀକ୍ଷା କରାଯିବ। ଏଥିରେ ଭଲ କରିଥିବା ପ୍ରାର୍ଥୀଙ୍କ ମେରିଟ ଲିଷ୍ଟ ବାହାର କରାଯିବ। ମେରିଟ ଲିଷ୍ଟ ଅନୁସାରେ ପ୍ରାର୍ଥୀଙ୍କର ସାର୍ଟିଫିକେଟ ଯାଞ୍ଚ କରାଯାଇ ପଦବୀରେ ନିଯୁକ୍ତି ଦିଆଯିବ।

କେମିତି କରିବେ ଆବେଦନ

  • ଷ୍ଟାଫ୍ ସିଲେକ୍ସନ କମିଶନର ୱେବସାଇଟ୍ ssc.nic.in କୁ ଯାଆନ୍ତୁ
  • ୱେବସାଇଟ୍ ଭିତରେ ‘ଏମଟିଏସ’ ରେଜିଷ୍ଟ୍ରେସନ ଅପ୍ସନକୁ କ୍ଲିକ କରନ୍ତୁ
  • ରେଜିଷ୍ଟ୍ରେସନ ପରେ ସେଠାରେ ଲଗ ଇନ କରନ୍ତୁ
  • ଆପ୍ଲାଏ ଅନଲାଇନ ଅପ୍ସନକୁ କ୍ଲିକ କରନ୍ତୁ
  • ଏହାପରେ ପଦବୀ ପାଇଁ ଫର୍ମ ପୂରଣ କରନ୍ତୁ
  • ଶେଷରେ ପୂରଣ କରିଥିବା ଫର୍ମର ଏକ ପ୍ରିଣ୍ଟ ଆଉଟ ରଖନ୍ତୁ

ଏସଏସସିର ଏହି ‘ଏମଟିଏସ’ ପରୀକ୍ଷାରେ ଅଣସରଂକ୍ଷିତ ବର୍ଗର ପ୍ରାର୍ଥୀଙ୍କ ପାଇଁ ୧୦୦ ଟଙ୍କା ଆବେଦନ ଶୁଳ୍କ ଧାର୍ଯ୍ୟ କରାଯାଇଛି। ଅନ୍ୟ ବର୍ଗର ପ୍ରାର୍ଥୀମାନଙ୍କ ପାଇଁ କୌଣସି ଆବେଦନ ଶୁଳ୍କ ଦେବାକୁ ପଡ଼ିବ ନାହିଁ।

‘ଏମଟିଏସ’ ପରୀକ୍ଷା କେବେ ହେବ, ସେନେଇ ଏସଏସସି ପକ୍ଷରୁ ଆଗକୁ ସୂଚନା ଦିଆଯିବ। ଏହି ପଦବୀ ଓ ପରୀକ୍ଷାର ଅଧିକ ସୂଚନା ଏସଏସସି ୱେବସାଇଟରେ ଉପଲବ୍ଧ।

Tags: #SSC #MTSExamination #OnlineApplication #Employmentoppertunities #GovtofIndia

Comment