ଓଡ଼ିଶାଲାଇଭ୍ ବ୍ୟୁରୋ

(ଫୁଲବାଣୀରୁ ସଦାଶିବ ପାତ୍ର): ଜଣେ ଯୁବକଙ୍କୁ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଏହି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ। ମୃତକ ହେଉଛନ୍ତି ଝିଞ୍ଜିରିଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଗଡ଼ମା ଗାଁ ଗୁଡ଼ରୀ ସାହିର ମହେଶ୍ୱର ମାଝି।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି କାଣ୍ଡ ଘଟିଥିବା ଅଭିଯୋଗ ହେଉଛି। ମହୁଲପଟା ପଦରରେ ଜଣେ ଯୁବକଙ୍କର ରକ୍ତ ଜୁଡ଼ୁବୁଡ଼ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରଥମେ ମୃତ ବ୍ୟକ୍ତିଙ୍କର ପରିଚୟ ଖୋଜିଥିଲା। ମୃତକ ଗୁଡ଼ରୀ ସାହିର ମହେଶ୍ୱର ମାଝି ବୋଲି ଜଣାପଡ଼ିବା ପରେ ପୋଲିସ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲା।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ମହେଶ୍ୱରଙ୍କୁ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ। ଏପଟେ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।

Tags: #Kandhamal #Murder #Death #PoliceInvestigation

LEAVE A REPLY

Please enter your comment!
Please enter your name here