ଓଡ଼ିଶାଲାଇଭ୍ ବ୍ୟୁରୋ

ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ ଏବେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବର୍ତ୍ତମାନ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ମାତ୍ରା ଆହୁରି ବଢ଼ିବାର ସମ୍ଭାବନା ରହିଛି। ଏହିପାଇଁ ଗୁରୁବାର ଦିନ ଅତି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଗୁରୁବାର ଓଡ଼ିଶାର ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ପ୍ରବଳ ବର୍ଷା ହେବ।

ସେହିପରି ଏବେ ରାଜ୍ୟରେ ମୌସୁମୀ ପ୍ରବାହ ଭଲ ରହିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୪.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହା ସ୍ଵାଭାବିକ ବର୍ଷା ତୁଳନାରେ ୪୬ ପ୍ରତିଶତ ଅଧିକ ରହିଛି।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ଓଡ଼ିଶାର ଦେବଗଡ଼ ଜିଲ୍ଲାର ବାରକୋଟରେ ସର୍ବାଧିକ ୧୨୭.୬ ମିଲିମିଟର ବର୍ଷା ହୋଇଛି। ସେହିପରି ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ୧୦୪ ଓ ରାୟଗଡ଼ାର ଗୁଣପୁରରେ ୮୭.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ସେହିପରି ଚଳିତ ମୌସୁମୀ ଋତୁରେ ଏଯାଏଁ ଓଡ଼ିଶାରେ ୧୯୧.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୨୬୫.୮ ମିଲିମିଟର ତୁଳନାରେ ୨୮ ପ୍ରତିଶତ କମ ରହିଛି।

Tags: #Monsoon #Rain #LowPressure #MCBBSR #IMD

 

Comment