ଓଡ଼ିଶାଲାଇଭ୍ ବ୍ୟୁରୋ

ଚଳିତ ମୌସୁମୀ ୠତୁରେ ସ୍ଵାଭାବିକ ବର୍ଷା ତୁଳନାରେ କମ୍ ବର୍ଷା ରେକର୍ଡ କରାଯାଇଥିବାବେଳେ ଆସନ୍ତା ୧୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ଆସନ୍ତା ୫ ଦିନ ପାଇଁ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଜୁଲାଇ ୧୩ ତାରିଖରେ ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତା ୧୪ ତାରିଖ ପ୍ରବଳ ବର୍ଷା ହେବା ନେଇ ୧୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଜଗତସିଂହପୁର, ଅନୁଗୁଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି।

ଆସନ୍ତା ୧୫ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ଆସନ୍ତା ୧୬ ତାରିଖ ପ୍ରବଳ ବର୍ଷା ହେବା ନେଇ ୧୨ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କଳହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ।

ଏହା ସହ ଆସନ୍ତା ୧୭ ତାରିଖ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ରାୟଗଡ଼ା, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ।

Tags: #WeatherUpdates #Rainfall #YellowWarning #Odisha

Comment