ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ଓଡ଼ିଶା-ପାର୍ଶ୍ଵବର୍ତ୍ତୀ ଗାଙ୍ଗୀୟ ପଶ୍ଚିମ ବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସୋମବାର ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।

ଜୁନ ୧ ତାରିଖରୁ ଜୁଲାଇ ୧୫ ତାରିଖ ମଧ୍ୟରେ ରାଜ୍ୟରେ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଗତ ୪୮ ଘଣ୍ଟା ମଧ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ହାରାହାରି ୫୦ ମିଲିମିଟର ବର୍ଷା ହେତୁ ୮ ପ୍ରତିଶତ ନିଅଣ୍ଟିଆ ଭରଣ ହୋଇଛି। ଚଳିତ ମୌସୁମୀ ଋତୁରେ ଆଜି ସୁଦ୍ଧା ୩୦୭.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି, ଯାହା ସ୍ଵାଭାବିକ ବର୍ଷା ୩୮୨.୮ ମିଲିମିଟର ତୁଳନାରେ ୨୦ ପ୍ରତିଶତ କମ୍ ରହିଛି।

ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହ ୨୨.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୧୧.୮ ମିଲିମିଟର ତୁଳନାରେ ୯୨ ପ୍ରତିଶତ ଅଧିକ ରହିଛି।

Tags: #Weather #WeatherUpdates #Rainfall #HeavyRainfall #RainfallWarning

Comment