ଓଡ଼ିଶାଲାଇଭ୍ ବ୍ୟୁରୋ

(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ଡିଜିଟାଲ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡ ଅଧୁନିକୀକରଣ କାର୍ଯ୍ୟକ୍ରମର ଲକ୍ଷ୍ୟ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାୟଗଡ଼ା ଜିଲ୍ଲାକୁ ମିଳିଛି ‘ଭୂମି ସମ୍ମାନ-୨୦୨୩’ ପୁରସ୍କାର।

ମଙ୍ଗଳବାର ଦିନ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଅନୁଷ୍ଠିତ ଏକ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି ରାୟଗଡ଼ା ଜିଲ୍ଲାପାଳ ସ୍ୱଧାଦେବ ସିଂ।

ସମଗ୍ର ଦେଶର ୯ଟି ରାଜ୍ୟର ୭୫ଟି ଜିଲ୍ଲା ଏହି ପୁରସ୍କାର ନିମନ୍ତେ ଯୋଗ୍ୟ ବିବେଚିତ ହୋଇଛନ୍ତି। ଓଡ଼ିଶାର ମୋଟ ୧୯ଟି ଜିଲ୍ଲାକୁ ମିଳିଛି ‘ଭୂମି ସମ୍ମାନ’ ପୁରସ୍କାର। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ଅନୁଗୁଳ, ବୌଦ୍ଧ, ବରଗଡ଼, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଯାଜପର, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କେରାପୁଟ, ନବରଙ୍ଗପୁର, ନୟାଗଡ଼, ନୂଆପଡ଼ା, ରାୟଗଡ଼ା ଓ ସମ୍ବଲପୁର।

ପୁରସ୍କାର ଗ୍ରହଣ କରିବା ସମୟରେ ରାୟଗଡ଼ା ଜିଲ୍ଲାପାଳ ସ୍ୱଧାଦେବ ସିଂଙ୍କ ସହ ଗୁଡ଼ାରୀ ତହସିଲଦାର ଭାରତୀ ଦେବୀ ଓ ମୁନିଗୁଡ଼ା ତହସିଲଦାର ଅନାମିକା ପାଣ୍ଡେ ଉପସ୍ଥିତ ଥିଲେ।

Tags: #Rayagada #BhoomiSamman2023 #PresidentOfIndia

LEAVE A REPLY

Please enter your comment!
Please enter your name here